ସମଗ୍ର ରାଜ୍ୟରେ କାଳବୈଶାଖୀ ସମ୍ଭାବନା; ୨୨ ଜିଲ୍ଲାକୁ ଅରେଞ୍ଜ ଓ ୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

Advertisment
ସମଗ୍ର ରାଜ୍ୟରେ କାଳବୈଶାଖୀ ସମ୍ଭାବନା; ୨୨ ଜିଲ୍ଲାକୁ ଅରେଞ୍ଜ ଓ ୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ (ଅର୍ଥାତ୍‌ ୨୪ ତାରିଖ ଶୁକ୍ରବାର ଅପରାହ୍ଣ ଠାରୁ ୨୫ ତାରିଖ ଶନିବାର ଅପରାହ୍ଣ) ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ କାଳବୈଶାଖୀ ଜନିତ କୁଆପଥର ବର୍ଷା ଓ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ।

ଏହାକୁ ଦୃଷ୍ଟିରେ ରଖି ଆଜି ଅପରାହ୍ଣରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତ ଏକ ସତର୍କ ସୂଚନାରେ ରାଜ୍ୟର ୨୨ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୫ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ରାଜ୍ୟର କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ଝାରସୁଗୁଡ଼ା ଜିଲ୍ଲାରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ଘଡ଼ଘଡ଼ି, ବିଜୁଳି ସାଙ୍ଗକୁ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ସୁନ୍ଦରଗଡ଼, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ସ୍ଥାନେସ୍ଥାନେ ପ୍ରବଳ ବର୍ଷା ସହ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରିଛ ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧରେ ରାଜ୍ୟର ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ଘଡ଼ଘଡ଼ି, ବିଜୁଳି ସାଙ୍ଗକୁ କୁଆପଥର ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe