ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡଘଡ଼ି ସହ ବଜ୍ରପାତ ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇଯାଇଛି। ଆସନ୍ତ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆକଳନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ସୋମବାର ଅପରାହ୍ଣ ସୁଦ୍ଧା ରାଜ୍ୟର ଉତ୍ତର ଆଭ୍ୟନ୍ତର ଠାରୁ ଆରାମ୍ଭ କରି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାରେ ଏହାର ମାତ୍ରା ଅଧିକ ରହିବ। ଏହି ସମୟ ମଧ୍ୟରେ ରାଜ୍ୟର ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଚି। ସେହିପରି ଉତ୍ତର ଉପକୂଳ ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ହେବଯ ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସହ କୁଆପଥର ବର୍ଷା ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏଥିସହ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କୁଅପଥର ବର୍ଷା ଓ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/04/kalabaisakhi.jpg)