କାଳବୈଶାଖୀ ସମ୍ଭାବନା: ରାଜ୍ୟର ୧୭ ଜିଲ୍ଲା ପାଇଁ ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି

Advertisment
ଆଜି ରାଜ୍ୟର ୪ ଜିଲ୍ଲାରେ କାଳବୈଶାଖୀ, ଅରେଞ୍ଜ ୱାର୍ଣ୍ଣିଂ ଜାରି

Met Weather

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଗତ ତିନିଦିନ ଧରି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ଓ ବର୍ଷା ଲାଗି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡଘଡ଼ି ସହ ବଜ୍ରପାତ ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇଯାଇଛି।

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ମଙ୍ଗଳବାର ଅପରାହ୍ଣ ସୁଦ୍ଧା ରାଜ୍ୟର ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଏହାର ମାତ୍ରା ଅଧିକ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହି ସମୟ ମଧ୍ୟରେ ରାଜ୍ୟର ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରେ କୁଆପଥର ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

publive-image Met Weather

ସେହିପରି ଏହି ସମୟ ମଧ୍ୟରେ ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଭଦ୍ରକ, ଯାଜପୁର, କଟକ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉପରୋକ୍ତ ୧୭ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe