ଭୁବନେଶ୍ୱର: ସଂପ୍ରତି ରାଜ୍ୟ ଉପରେ କୌଣସି ପ୍ରକାର ଘୂର୍ଣ୍ଣିବଳୟର ପ୍ରଭାବ ନଥିବା ବେଳେ ମୌସୁମୀ ଦୁର୍ବଳ ଅବସ୍ଥାରେ ରହିଛି। ଏପରିସ୍ଥିତିରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୫ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ସୋମବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୫ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି
ଏହି ପରିପ୍ରେକ୍ଷୀରେ ଆାସନ୍ତା ୨୪ ଘଣ୍ଟା (ଅର୍ଥାତ୍ ୨୬ ସେପ୍ଟେମ୍ବର, ମଙ୍ଗଳବାର) ମଧ୍ୟରେ ସମଗ୍ର ରାଜ୍ୟର ୨୫ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଏପରିସ୍ଥିତିରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ଲୋକମାନଙ୍କୁ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।
/sambad/media/post_attachments/wp-content/uploads/2023/09/A1-16-scaled.jpg)
ଏହି ସମୟ ମଧ୍ୟରେ ରାଜ୍ୟର କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଜପତି, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଚ୍ଛନ୍ନ ରହିଛି। ତେବେ, ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ହାଲୁକା ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/06/Rain-Thunderstorm-in-These-Districts_Weather_Thumbnail.jpg)