ଆଗାମୀ ୨୪ ଘଣ୍ଟା ମଧ୍ୟରେ ୨ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସମ୍ଭାବନା

ମାର୍ଚ୍ଚ ୩୦ରୁ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମପ୍ରବାହ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ୨ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସମ୍ଭାବନା

ଭୁବନେଶ୍ୱର: ଆଜି (ସୋମବାର) ଦିନ ୧ଟା ୩୦ରୁ ଆସନ୍ତାକାଲି (ମଙ୍ଗଳବାର) ସକାଳ ୮ଟା ୩୦ ମଧ୍ୟରେ ରାଜ୍ୟର ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ପବନ ସହ କାଳବୈଶାଖୀର ସମ୍ଭାବନା ରହିଛି।

publive-image

ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ  ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ  ରାଜ୍ୟର ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବର ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ଅଧିକ ରହିଛି। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ହଳଦିଆ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସମୟ ମଧ୍ୟରେ ଓଡିଶାର ବାକି ଜିଲ୍ଲାମାନଙ୍କରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ।

publive-image

ଏତଦ୍‌ବ୍ୟତୀତ ମାର୍ଚ୍ଚ ୩୦ ତାରିଖ ଠାରୁ ଅପ୍ରେଲ ୨ ତାରଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରହାହ ଅନୁଭୂତ ହେବ ବୋଲି ସତର୍କ କରାଇଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ  ପାଣିପାଗ ବିଜ୍ଞାନ କେନ୍ଦ୍ର। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମଧ୍ୟାହ୍ନ ପରେ ଲୋକମାନଙ୍କୁ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe