କାଳବୈଶାଖୀ: ୧୦ ଜିଲ୍ଲାକୁ ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୫ ତାରିଖ (ଶୁକ୍ରବାର) ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ବା କାଳବୈଶାଖୀ ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ଣରେ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଜାରି ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ଉତ୍ତର ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ପ୍ରଭୃତି ୧୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

publive-image

ସେହିପରି ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ୨୬ ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ଅବଶିଷ୍ଟ ଓଡ଼ିଶାରେ ପାଗ ଶୁଖିଲା ଓ ଖରାଟିଆ ରହିବ। ତେବେ, ରାଜ୍ୟର ଅଧିକାଂଶ ସ୍ଥାନର ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକକୁ ଫେରି ଆସି ଥିବାରୁ ରାଜ୍ୟରେ ଆଉ ବିଶେଷ ଶୀତ ଅନୁଭୂତ ହେବ ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe