ଭୁବନେଶ୍ୱର: ରାଜ୍ୟର ଅନୂନ୍ୟ ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆ ବର୍ଷା ହେବାର ସମ୍ଭବନା ରହିଥିବା କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ। ଏଥିସହ ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଆଜି ଅପରାହ୍ଣରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଶୁକ୍ରବାର ଅପରାହ୍ଣ ସୁଦ୍ଧା ରାଜ୍ୟର ରାୟଗଡ଼ା, କୋରାପୁଟ, କନ୍ଧମାଳ, କେନ୍ଦୁଝର, ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ତବେ, ଏହି ସମୟ ମଧ୍ୟରେ ବିଶେଷ କରି ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର, କନ୍ଧମାଳ, କୋରାପୁଟ, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉପରୋକ୍ତ ୮ଟି ଜିଲ୍ଲା ପାଇଁ ୟେ୍ଵଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
କାଳବୈଶାଖୀ ସମ୍ଭାବନା: ରାଜ୍ୟର ୮ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି
/sambad/media/post_attachments/wp-content/uploads/2020/04/Photo-Asit1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)