ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ ଜିଲ୍ଲାରେ ପ୍ରବଳ କାଳବୈଶାଖୀ ସମ୍ଭାବନା; ୟେଲୋ ଓ୍ଵାର୍ଣ୍ଣିଂ ଜାରିକଲା ପାଣିପାଗ ବିଭାଗ

ବାଦାମ୍‌ ଖେତକୁ ଯାଇଥିଲେ ଚାଷୀ, ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ

MetWeather

ଭୁବନେଶ୍ୱର: ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ତେବେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଶୁକ୍ରବାର ଅପରାହ୍ଣ ସୁଦ୍ଧା ପଶ୍ଚିମ, ଉତ୍ତର ଠାରୁ କେନ୍ଦ୍ରୀୟ, ଦକ୍ଷିଣ ପର୍ଯ୍ୟନ୍ତ ରାଜ୍ୟର ୧୪ଟି ଜିଲ୍ଲାରେ କାଳବୈଶାଖୀ ଜନିତ ପ୍ରବଳ ଝଡ଼ବର୍ଷାର ସମ୍ଭାବନା ରହିଥିବା କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଏହି ସମୟ ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, ନୟାଗଡ଼, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ପ୍ରମୁଖ ୧୬ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ଜନିତ ପ୍ରବଳ ଝଡ଼ବର୍ଷାର ସମ୍ଭାବନା ରହିଛି। ଏଥିସହ ଏହି ସମୟ ମଧ୍ୟରେ ଏହି ସବୁ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ତେଣୁ, ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ଏହି ୧୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ଘରୁ ପଦାକୁ ନ ବାହରିବା ପାଇଁ ପରାମର୍ଶ ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe