କାଳବୈଶାଖୀ ସମ୍ଭାବନା: ରାଜ୍ୟର ୧୦ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ (ଅର୍ଥାତ୍‌ ୨୨ ତାରିଖ ବୁଧବାର ଅପରାହ୍ଣ ଠାରୁ ୨୩ ତାରିଖ ଗୁରବାର ଅପରାହ୍ଣ) ରାଜ୍ୟର ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ।

ଏହାକୁ ଦୃଷ୍ଟିରେ ରଖି ଆଜି ଅପରାହ୍ଣରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତଏକ ସତର୍କ ସୂଚନାରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ୟୋଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଏହି ସମସ୍ତ ଜିଲ୍ଲାରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ଘଡ଼ଘଡ଼ି, ବିଜୁଳି ସାଙ୍ଗକ୍‌ୁ ପ୍ରବଳ ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ।

ସମ୍ବନ୍ଧିତ ଖବର