କାଳବୈଶାଖୀ ସମ୍ଭାବନା: ରାଜ୍ୟର ୧୮ ଜିଲ୍ଲା ପାଇଁ ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ (ଅର୍ଥାତ୍‌ ୨୩ ତାରିଖ ଗୁରୁବାର ଅପରାହ୍ଣ ଠାରୁ ୨୪ ତାରିଖ ଶୁକ୍ରବାର ଅପରାହ୍ଣ) ରାଜ୍ୟର ଉପକୂଳ ସମେତ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର ଓ ବଲାଙ୍ଗୀର ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ।

ଏହାକୁ ଦୃଷ୍ଟିରେ ରଖି ଆଜି ଅପରାହ୍ଣରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତଏକ ସତର୍କ ସୂଚନାରେ ରାଜ୍ୟର ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟୋଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଏହି ସମସ୍ତ ଜିଲ୍ଲାରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ଘଡ଼ଘଡ଼ି, ବିଜୁଳି ସାଙ୍ଗକ୍‌ୁ ପ୍ରବଳ ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ଏଥିସହ କାଳବୈଶାଖୀ ସମୟରେ ଘରୁ ପଦାକୁ ନ ବାହାରିବାକୁ ସଂପୃକ୍ତ ଜିଲ୍ଲାବସୀଙ୍କୁ ଜାରି ସତର୍କ ସୂଚନାରେ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧିତ ଖବର