ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ ରହିଛି ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

Advertisment
ରାଜ୍ୟର ଏହି ସବୁ ସ୍ଥାନରେ ଝଡବର୍ଷା ସହ ହୋଇପାରେ ବଜ୍ରପାତ

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଛି। ଫଳରେ ଅତିପ୍ରବଳ ଓ ଲଗାଣ ବର୍ଷାର ସମ୍ଭାବନା ନାହିଁ। ତଥାପି ଆଗାମୀ ୪୮ ମଧ୍ୟରେ ଅର୍ଥାତ୍‌ ଆଜି ଅପରାହ୍ନ ଠାରୁ ଆସନ୍ତା ସେପ୍ଟେମ୍ବର ୧୦ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ବୁଧବାର ମଧ୍ୟାହ୍ନ ସୁଦ୍ଧା ଉତ୍ତର ଉପକୂଳ ଓଡିଶା, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡା ଏବଂ ଓଡିଶାର ବାକି ଜିଲ୍ଲାମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡା, ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

publive-image MetWeather

ସେହିପରି ଗୁରୁବାର, ୧୦ ତାରିଖ ମଧ୍ୟାହ୍ନ ମଧ୍ୟରେ ଉତ୍ତର ଓଡ଼ିଶା ତଥା ଦକ୍ଷିଣ ଓଡିଶାର କିଛି ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, କୋରାପୁଟ, ରାୟଗଡା ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ତେଣୁ, ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ବର୍ଷା ଓ ବଜ୍ରପାତ ସମୟରେ ଗଣ ଭିତରୁ ପଦାକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ଜାରି ସତର୍କ ସୂଚନାରେ ପରାମର୍ଶ ଦିଆଯାଇଛି। ଆଗାମୀ ସେପ୍ଟେମ୍ବର ୧୩ ତାରଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ଏହିଭଳି ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe