ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛନ୍ତି। ତେଣୁ ଏହି ସମୟରେ ବାହାରକୁ ବାହରିବା ପାଇଁ ଜିଲ୍ଲାବାସୀଙ୍କୁ ପାଣିପାଗ କେନ୍ଦ୍ର ପକ୍ଷରୁ ସର୍ତକ ସୂଚନା ଦିଆଯାଇଛି।
ତେବେ କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ରହିଛି। ଏଥିସହିତ ୫ରୁ ଊର୍ଧ୍ବ ଜିଲ୍ଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ବି ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି,କାନ୍ଧମାଳ ଓ ବୌଦ୍ଧ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉକ୍ତ ଜିଲ୍ଲାମାନଙ୍କରେ ୩୦ରୁ ୪୦କିମି ବେଗରେ ପବନ ବହିବାର ବି ସମ୍ଭାବନା ରହିଛି। ଏହି ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Follow Us