କାଳବୈଶାଖୀ: ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଉତ୍ତର ଆଭ୍ୟନ୍ତର ଠାରୁ ଆରମ୍ଭ କରି ଦକ୍ଷିଣ ଆଭ୍ୟନ୍ତର ଅଞ୍ଚଳରେ ଥିବା ଅନୂନ୍ୟ ୧୫ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି। ତେବେ, ଏଥିମଧ୍ୟରୁ ୭ଟି ଜିଲ୍ଲାରେ ଏହି ସମୟ ମଧ୍ୟରେ କାଳବୈଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବାର ସମ୍ଭାବନା ରହିଛି। ତେଣୁ, ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୭ଟି ଜିଲ୍ଲା ପାଇଁ ଆସନ୍ତାକାଲି ମଧ୍ୟାହ୍ନ ପର୍ଯ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ୱର ସ୍ଥିତ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତର, ଉତ୍ତର ଆଭ୍ୟନ୍ତର ଓ ଉପକୂଳ ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ନୂଆପଡ଼ା, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବା ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷାର ସମ୍ଭାବନା ରହିଛି।

MetWeather

ତେବେ, ବିଶେଷ ଭାବେ ଏହି ସମୟ ମଧ୍ୟରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରମୁଖ ୭ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି। ସେଥିପାଇଁ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଉପରୋକ୍ତ ୧୦ଟି ଜିଲ୍ଲା ପାଇଁ ୟେଲୋ ବା ହଳଦିଆ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସମ୍ବନ୍ଧିତ ଖବର