ଏସବୁ ଜିଲ୍ଲାକୁ କୁହୁଡ଼ି, କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼ ଓ କଟକ ରହିଛି।

ସେହିପରି ଫେବ୍ରୁଆରି ୩ରୁ ୪ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ମୟୂରଭଞ୍ଜ ଆଦିରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ରହିଛି। ଏଥିସହିତ ଫେବ୍ରୁଆରି ୪ରୁ ୫ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ରହିଛି।

ସମ୍ବନ୍ଧିତ ଖବର