ଭୁବନେଶ୍ୱର: ଆଜି (ଶନିବାର) ଅପରାହ୍ଣ ୨ଟା ୪୫ ମିନିଟରୁ ସନ୍ଧ୍ୟା ୫ଟା ୧୫ ମିନିଟ ମଧ୍ୟରେ ରାଜ୍ୟର ନବରଙ୍ଗପୁର, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ନୟାଗଡ଼, ନୂଆପଡ଼ା, ମାଲକାନଗିରି, ବୌଦ, ସୋନପୁର, ଯାଜପୁର, ଜରତସିଂହପୁର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର।

Advertisment

ସାଟେଲାଇଟ୍‌ ଚିତ୍ର ଓ ଡପ୍‌ଲର ରାଡାର ସୂଚନାକୁ ଆଧାର କରି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏହି ସତର୍କ ସୂଚନାରେ କୁହାଯାଇଛି ଯେ ରାଜ୍ୟର ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍‌ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ।