ଆଜି ସନ୍ଧ୍ୟା ସୁଦ୍ଧା ରାଜ୍ୟର ଏହି ୮ଟି ଜିଲ୍ଲାରେ ରହିଛି କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆଜି (ବୁଧବାର) ଅପରାହ୍ଣ ୩ଟା ପର ଠାରୁ ସନ୍ଧ୍ୟା ୬ଟା ମଧ୍ୟରେ ରାଜ୍ୟର ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ନୟାଗଡ଼, କନ୍ଧମାଳ,କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସାଟେଲାଇଟ୍‌ ଚିତ୍ର ଓ ଡପ୍‌ଲର ରାଡାର ସୂଚନାକୁ ଆଧାର କରି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏହି ସତର୍କ ସୂଚନାରେ କୁହାଯାଇଛି ଯେ ଆଜି ଅପରାହ୍ଣ ୩ ଟାରୁ ସନ୍ଧ୍ୟା ୬ଟା ମଧ୍ୟରେ ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍‌ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ରାଜ୍ୟରେ ଆଜି ବି ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତର ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ଲାଗି ରହିବ। ଫଳରେ ବର୍ଷା ସାଙ୍ଗକୁ ତୁହାକୁ ତୁହା ପବନ ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ପବନର ବେଗ ଅଧିକ ରହିବ।

ସମ୍ବନ୍ଧିତ ଖବର