ପାଣିପାଗ: ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା

ଓଡ଼ିଶା ସମେତ ୪ ରାଜ୍ୟରେ ଝଡତୋଫାନ ଆଶଙ୍କା, ସତର୍କ କରାଇଲା ଗୃହ ମନ୍ତ୍ରାଳୟ

ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତୋଟି ଜିଲ୍ଲାରେ କୁଆପଥର ମାଡ଼ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ତଥା ବଜ୍ରପାତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଭୁବନେଶ୍ବର ପାଣିପାଗ କେନ୍ଦ୍ର ସୁତ୍ରରୁ ପ୍ରକାଶ ଯେ ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ଅଳ୍ପ କେତୋଟି ସ୍ଥାନରେ କାଳବୈଶାଖି ବର୍ଷା ହୋଇଯାଇଛି । ନୂଆପଡ଼ା ଜିଲ୍ଲାର ଖରିଆରରେ ସର୍ବାଧିକ ପରିମାଣରେ ବର୍ଷା ହୋଇଛି । ଏହି ସମୟରେ ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ସୁନ୍ଦରଗଡ଼ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ୧୮.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରୀ ସେଲସିୟସ ରହିପାରେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe