ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ, ଘରୁ ବାହାରିବା ହୋଇଯିବ ମୁସ୍କିଲ୍

Advertisment
ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ, ଘରୁ ବାହାରିବା ହୋଇଯିବ ମୁସ୍କିଲ୍

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି। ଏହି ୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଶନିବାର ପୂର୍ବାନୁମାନ କରିଛି।

ତେବେ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା  ଲଘୁଚାପ ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ ଓ ରାୟଗଡ଼ା ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ପବନ ଓ ବିଜୁଳି ଘଡ଼ଘଡି ବି ମାରି ପାରେ। ତେଣୁ ବର୍ଷା ସମୟରେ ଏହି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବା ସହିତ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ବାରଣ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe