ଆଜି ୧୭ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା

ଆଜି ୧୭ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା

dtnext

ଭୁବନେଶ୍ବର: ପଶ୍ଚିମା ଝଡ଼ ପ୍ରଭାବରେ ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଢେଙ୍କାନାଳ ଓ କଟକ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଏଥିସହ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ପବନର ବେଗ ୪୦ରୁ ୫୦କିମି ଛୁଇଁଥିବା ଜଣାଯାଇଛି। ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଜି ସଂଧ୍ୟା ସାଢ଼େ ୫ଟା ସୁଦ୍ଧା ଜଗତ୍‌ସିଂହପୁରରେ ସର୍ବାଧିକ ୩୩.୨ମିମି ବର୍ଷା ହୋଇଥିବା ବେଳେ ଢେଙ୍କାନାଳରେ ୨୮.୬ମିମି, ନୟାଗଡ଼ରେ ୧୩ ମିମି, ଚାନ୍ଦବାଲିରେ ୧୦ ମିମି ଲେଖାଏଁ ବର୍ଷା ହୋଇଛି। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। ଆସନ୍ତାକାଲି ବି ଅପରାହ୍‌ଣ ଆଡ଼କୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ସହ ପାଗ ମେଘୁଆ ରହିବ। ୨ ତାରିଖରୁ ରାଜ୍ୟର ପାଗ ଶୁଖିଲା ରହିବ। ଆସନ୍ତା ୨ ଦିନରେ ରାଜ୍ୟର ତାପମାତ୍ରା ୨ରୁ ୩ ଡିଗ୍ରି ଯାଏ ହ୍ରାସ ପାଇବ। ଏହାପରେ ଧୀରେଧୀରେ ତାପମାତ୍ରା ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe