ଜୁନ୍‌ ୨ ତାରିଖ ଯାଏଁ ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲକା ବର୍ଷା ସହ ୫୦ରୁ ୬୦କିମି ବେଗରେ ବହିବ ପବନ

Advertisment
ଜୁନ୍‌ ୨ ତାରିଖ ଯାଏଁ ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲକା ବର୍ଷା ସହ ୫୦ରୁ ୬୦କିମି ବେଗରେ ବହିବ ପବନ

Fiveprime

ଭୁବନେଶ୍ୱର: ରାଜ୍ୟର ୬ଟି ଜିଲ୍ଲାରେ ୨୮ରୁ ୨୯ ତାରିଖ ମଧ୍ୟରେ ଘଡ଼ଘଡ଼ି ସହ ହାଲକା ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦କିମି ରହିପାରେ ବୋଲି ବୁଧବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, କେନ୍ଦୁଝର, କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ଢ଼େଙ୍କାନାଳ ଆଦି ଜିଲ୍ଲାଗୁଡ଼ିକରେ ବର୍ଷା-ପବନ ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାର କେତେକ ସ୍ଥାନରେ ସନ୍ଧ୍ୟାରେ ବିଜୁଳି ଓ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି।

publive-image YouTube

ସେହିପରି ୨୯ରୁ ୩୦ ତାରିଖ ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ହେବା ସହ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୩୦, ୩୧, ଜୁନ୍‌ ୧, ୨ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ଓ ହାଲକା ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ବି ମାରିପାରେ । ତେଣୁ ଅନେକ ଜିଲ୍ଲାକୁ ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଜୁନ୍‌ ୩ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe