ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିସହିତ ୩୦ରୁ ୪୦କିମି ବେଗରେ ପବନ ବହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ରାଜ୍ୟର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ ସମେତ ନୟାଗଡ଼, ଖୋର୍ଧା, ଗଞ୍ଜାମ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତା ୪ ତାରିଖରୁ ୫ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, ଖୋର୍ଧା, ଗଞ୍ଜାମ, ସୁବର୍ଣ୍ଣପୁର, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ଗଜପତି, ବଲାଙ୍ଗୀର, ନୂଆପଡ଼ା, ଝା୍ରସୁଗୁଡ଼ା, ବୌଦ୍ଧ ଆଦି ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/04/download-3.jpg)