ପ୍ରବଳରୁ ଅତିପ୍ରବଳ ବର୍ଷିବ; ୭ଜିଲ୍ଲାକୁ ଅରେଞ୍ଜ ୧୭ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
ପ୍ରବଳରୁ ଅତିପ୍ରବଳ ବର୍ଷିବ; ୭ଜିଲ୍ଲାକୁ ଅରେଞ୍ଜ ୧୭ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଉପକୂଳ ଓଡିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏବଂ ଏହା ସହ ଜଡ଼ିତ ସାମୁଦ୍ରିକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ମୌସୁମୀ ଟ୍ରଫ୍‌ ଲାଇନ୍‌ ଉତ୍ତରପୂର୍ବ ଆରବସାଗର ଅଞ୍ଚଳର ସୁଦୃଶଃ-ଲଘୁଚାପ କ୍ଷେତ୍ରର କେନ୍ଦ୍ରରୁ ବାହାରି ହୀରାକୁଦ ଉପର ଦେଇ ଓଡିଶା ଉପକୂଳର ଲଘୁଚାପ କେନ୍ଦ୍ର ମଧ୍ୟ ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି ଏହା ବାୟୁମଣ୍ଡଳରେ ୧.୫ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧୬ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଟକ, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ବୌଦ୍ଧ, ସୋନପୁର ଓ ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ସେହିପରି ଏହି ସମୟ ମଧ୍ୟରେ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ମେଘୁଆ ରହିବା ସହ ଅପରାହ୍ନ କିମ୍ବା ସନ୍ଧ୍ୟା ଆଡ଼କୁ ଭୁବନେଶ୍ୱରର କିଛି ସ୍ଥାନରେ ଅସରାଏ ଦୁଇଅସରା ପ୍ରବଳ ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe