ଭୁବନେଶ୍ୱର: ଉପକୂଳ ଓଡ଼ିଶା ଏବଂ ତତ୍ସଂଲଗ୍ନ ଅଞ୍ଚଳ ଉପରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ସକ୍ରିୟ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଅବସ୍ଥିତ ରହିଛି ଏବଂ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସାମୁଦ୍ରିକ ଘୂର୍ଣ୍ଣିବଳୟ ସହ ଜଡିତ ହୋଇ ସମୁଦ୍ର ପତନଠାରୁ ୭.୬ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି।
/sambad/media/post_attachments/wp-content/uploads/2022/07/A1-14.jpg)
ଅନ୍ୟପକ୍ଷରେ ମୌସୁମୀ ଟ୍ରଫ୍ ଲାଇନ ବର୍ତ୍ତମାନ ଉତ୍ତର-ପୂର୍ବ ଆରବ ସାଗର ଉପରେ ଲଘୁଚାପ କ୍ଷେତ୍ର ମଧ୍ୟ ଦେଇ ଗତି କରୁଛି ଝାରସୁଗୁଡା ଉପର ଦେଇ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଏବଂ ତା’ପରେ ଦକ୍ଷିଣ ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ଏବଂ ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଏହାର ପ୍ରଭାବରେ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧୭ ତାରିଖ, ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ଗଂଜାମ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
/sambad/media/post_attachments/wp-content/uploads/2022/07/A3-13-1024x724.jpg)
ସେହିପରି ଏହି ସମୟ ମଧ୍ୟରେ ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ନୁଆପଡା ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
/sambad/media/post_attachments/wp-content/uploads/2022/07/A4-3-1024x724.jpg)
ଏହି ସମୟ ମଧ୍ୟରେ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।
/sambad/media/post_attachments/wp-content/uploads/2022/07/A2-14-1024x577.jpg)
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ଅସରାଏ ଦୁଇଅସରା ପ୍ରବଳ ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇପାରେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/07/Rain-12.jpg)