ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ସକ୍ରିୟ ରହିଛି। ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏ ବ୍ୟାପିଛି।

Advertisment

publive-image

ଅନ୍ୟପକ୍ଷରେ ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଉତ୍ତର ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳରେ ଉତ୍ତର-ପୂର୍ବ ଆରବ ସାଗର କେନ୍ଦ୍ର ଉପରେ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଗତି କରୁଛି ଏବଂ ଦକ୍ଷିଣ ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୯ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧୮ ତାରିଖ, ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୬ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧ୍ୟରେ ଗଜପତି, ଗଂଜାମ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ଏହି ସମୟ ମଧ୍ୟରେ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ଅସରାଏ ଦୁଇଅସରା ପ୍ରବଳ ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ସହ ବଜ୍ରପାତ ହୋଇପାରେ।