ଭୁବନେଶ୍ୱର: ମୌସୁମୀ ଟ୍ରଫ୍ ଲାଇନ୍ ବର୍ତ୍ତମାନ ସମ୍ବଲପୁର, ବାଲେଶ୍ୱର ଉପର ଦେଇ ଦକ୍ଷିଣ ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ସମୁଦ୍ର ପତନ ଠାରୁ ୦.୯ କିଲୋମିଟର ଉଚ୍ଚତାରେ ସକ୍ରିୟ ରହିଛି। ଅନ୍ୟପକ୍ଷରେ ଝାଡ଼ଖଣ୍ଡ ଏବଂ ପଡ଼ୋଶୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳ ଉପରେ ଅବସ୍ଥିତ ରହିଛି। ଏବଂ ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି।
ଏହାର ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୨୩ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
/sambad/media/post_attachments/wp-content/uploads/2022/07/A1-18-1024x724.jpg)
ସେହିପରି ଏହି ସମୟ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
/sambad/media/post_attachments/wp-content/uploads/2022/07/A2-18-1024x724.jpg)
ଏହି ସମୟ ମଧ୍ୟରେ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।
/sambad/media/post_attachments/wp-content/uploads/2022/07/A3-17-1024x576.jpg)
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ଅସରାଏ ଦୁଇଅସରା ପ୍ରବଳ ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ କାଳବୈଶାଖୀ ସହ ବର୍ଷା ହୋଇପାରେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/07/Rain-3.jpg)