ପ୍ରବଳରୁ ଅତିପ୍ରବଳ ବର୍ଷିବ; ୪ ଜିଲ୍ଲାକୁ ଅରେଞ୍ଜ ୬ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
ପ୍ରବଳରୁ ଅତିପ୍ରବଳ ବର୍ଷା; ୪ ଜିଲ୍ଲାକୁ ଅରେଞ୍ଜ ୧୮ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ଓଡ଼ିଶାରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର-ପଶ୍ଚିମ ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି। ଅନ୍ୟପକ୍ଷରେ ମୌସୁମୀ ଟ୍ରଫ୍‌ ଲାଇନ ବର୍ତ୍ତମାନ ଉତ୍ତର-ପଶ୍ଚିମ ଏବଂ ଏହାର ଆଖପାଖ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଦେଇ ଗତି କରୁଛି ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୪ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୯ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଂଜାମ, ପୁରୀ ଓ ଖୋର୍ଦ୍ଧା ପ୍ରଭୃତି ୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ ଓଡିଶାର ଜିଲ୍ଲା ଏବଂ ଉତ୍ତର ଓଡିଶାର ଅନେକ ସ୍ଥାନରେ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ମେଘୁଆ ରହିବା ସହ ଅପରାହ୍ନ କିମ୍ବା ସନ୍ଧ୍ୟା ଆଡ଼କୁ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe