ପ୍ରବଳରୁ ଅତିପ୍ରବଳ ବର୍ଷିବ; ୮ ଜିଲ୍ଲାକୁ ଅରେଞ୍ଜ ୧୫ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
ପ୍ରବଳରୁ ଅତିପ୍ରବଳ ବର୍ଷିବ; ୮ ଜିଲ୍ଲାକୁ ଅରେଞ୍ଜ ୧୫ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ ଓଡିଶାର ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବସ୍ଥିତ ରହିଛି। ଏବଂ ଏହା ଦକ୍ଷିଣ-ପଶ୍ଚିମ ଆଡକୁ ଢଳିବା ସହିତ ସମୁଦ୍ର ପତନରୁ ୭.୬ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହେବାର ସମ୍ଭାବନା ଅଛି। ସେହିପରି ମୌସୁମୀ ଟ୍ରଫ୍‌ ବର୍ତ୍ତମାନ ବଲାଙ୍ଗୀର ଉପର ଦେଇ ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଗତି କରୁଛି ଏବଂ ତା’ପରେ ଦକ୍ଷିଣ ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୮ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧୨ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଂଜାମ, କୋରାପୁଟ, ରାୟଗଡ଼ା ଏବଂ ମାଲକାନାଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୮ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

publive-image

ଏହି ସମୟ ମଧ୍ୟରେ କଟକ, ଢେଙ୍କାନାଳ, ଅନୁଗୁଳ, ମୟୂରଭଂଜ, କେନ୍ଦୁଝର, ବୌଦ୍ଧ, ନୂଆପଡ଼ା, ଯାଜପୁର, ନୟାଗଡ଼, ଭଦ୍ରକ, ବଲାଙ୍ଗୀର, ସୋନପୁର, ପୁରୀ, ଖୋର୍ଦ୍ଧା ଏବଂ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ ଓଡିଶାର ଜିଲ୍ଲା ଏବଂ ଉତ୍ତର ଓଡିଶାର ଅନେକ ସ୍ଥାନରେ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ମେଘୁଆ ରହିବା ସହ ଅପରାହ୍ନ କିମ୍ବା ସନ୍ଧ୍ୟା ଆଡ଼କୁ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe