ଲଘୁଚାପ ପ୍ରଭାବ: ପ୍ରବଳରୁ ଅତିପ୍ରବଳ ବର୍ଷିବ; ୯ ଜିଲ୍ଲାକୁ ଅରେଞ୍ଜ ୧୨ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
ଲଘୁଚାପ ପ୍ରଭାବ: ପ୍ରବଳରୁ ଅତିପ୍ରବଳ ବର୍ଷିବ; ୯ ଜିଲ୍ଲାକୁ ଅରେଞ୍ଜ ୧୨ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉପକୂଳ ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଭାବେ ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳ ଉପରେ ରହିଛି। ଏବଂ ଏକ ସାମୁଦ୍ରିକ ଘୂର୍ଣ୍ଣିବଳୟ ଜଡି ସହ ଜଡ଼ିତ ହୋଇ ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ଗତିକରୁଛି। ଅନ୍ୟପକ୍ଷରେ ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳରେ ୱେଲ୍‌ ମାର୍କ ଲୋ- ପ୍ରେସର ଏରିଆର କେନ୍ଦ୍ର ଝାରସୁଗୁଡ଼ା ଦେଇ ଗତି କରୁଛି ଏବଂ ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୯ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧୩ ତାରିଖ, ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଂଜାମ ଓ ନୟାଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୯ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

publive-image

ଏହି ସମୟ ମଧ୍ୟରେ ରାୟଗଡ଼ା, ଗଜପତି, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ସେହିପରି ଏହି ସମୟ ମଧ୍ୟରେ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ମେଘୁଆ ରହିବା ସହ ଅପରାହ୍ନ କିମ୍ବା ସନ୍ଧ୍ୟା ଆଡ଼କୁ ଭୁବନେଶ୍ୱରର କିଛି ସ୍ଥାନରେ ଅସରାଏ ଦୁଇଅସରା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe