ଭୁବନେଶ୍ୱର: ଦକ୍ଷିଣ ଉପକୂଳ ଓଡ଼ିଶା ଉପରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଏବଂ ତତ୍ସହିତ ଜଡିତ ସାମୁଦ୍ରିକ ଘୂର୍ଣ୍ଣିିବଳୟ ସମୁଦ୍ର ପତନର ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ଅଗ୍ରସର ହେଉଛି। ଏଥିସହ ମୌସୁମୀ ଟ୍ରଫ୍ ଲାଇନ୍ ବର୍ତ୍ତମାନ ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳରେ ୱେଲ୍ ମାର୍କଡ୍ ଲୋ ପ୍ରେସର ଏରିଆର କେନ୍ଦ୍ର ଦେଇ ଗତି କରୁଛି ଏବଂ ଦକ୍ଷିଣ ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସମୁଦ୍ର ପତନଠାରୁ ୧.୫ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
/sambad/media/post_attachments/wp-content/uploads/2022/07/A1-11-1024x724.jpg)
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧୪ ତାରିଖ, ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଗଂଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୬ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଏହି ସମୟ ମଧ୍ୟରେ ଖୋର୍ଦ୍ଧା, ପୁରୀ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ସୋନପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
/sambad/media/post_attachments/wp-content/uploads/2022/07/A2-11-1024x724.jpg)
ସେହିପରି ଏହି ସମୟ ମଧ୍ୟରେ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।
/sambad/media/post_attachments/wp-content/uploads/2022/07/A3-10-1024x578.jpg)
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ମେଘୁଆ ରହିବା ସହ ଅପରାହ୍ନ କିମ୍ବା ସନ୍ଧ୍ୟା ଆଡ଼କୁ ଭୁବନେଶ୍ୱରର କିଛି ସ୍ଥାନରେ ଅସରାଏ ଦୁଇଅସରା ପ୍ରବଳ ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇପାରେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/07/Rain-9.jpg)