ଭୁବନେଶ୍ୱର: ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଉତ୍ତରରେ ଅବସ୍ଥିତ ରହିଛି। ଏବଂ ଏହା ସହ ଜଡ଼ିତ ଥିବା ସାମୁଦ୍ରିକ ଘୂର୍ଣ୍ଣିବଳୟ ସହିତ ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳରେ ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଆଡକୁ ଗତି କରୁଛି।
ଅନ୍ୟପକ୍ଷରେ ମୌସୁମୀ ଟ୍ରଫ୍ ଲାଇନ୍ ବର୍ତ୍ତମାନ ଉତ୍ତର ଓଡ଼ିଶା ପଡ଼ୋଶୀ ଅଞ୍ଚଳରେ ଲୋପ୍ରେସର୍ ଏରିଆର କେନ୍ଦ୍ର ଦେଇ ଗତି କରୁଛି ଏବଂ ଦକ୍ଷିଣ ପୂର୍ବ ଦିଗକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ସମୁଦ୍ର ପତନଠାରୁ 1.5 କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
/sambad/media/post_attachments/wp-content/uploads/2022/07/A2-12-1024x724.jpg)
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧୫ ତାରିଖ, ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର ଓ ନୂଆପଡା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୮ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନାଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
/sambad/media/post_attachments/wp-content/uploads/2022/07/A3-11-1024x724.jpg)
ସେହିପରି ଏହି ସମୟ ମଧ୍ୟରେ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।
/sambad/media/post_attachments/wp-content/uploads/2022/07/A1-12-1024x576.jpg)
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ମେଘୁଆ ରହିବା ସହ ଅପରାହ୍ନ କିମ୍ବା ସନ୍ଧ୍ୟା ଆଡ଼କୁ ଭୁବନେଶ୍ୱରର କିଛି ସ୍ଥାନରେ ଅସରାଏ ଦୁଇଅସରା ପ୍ରବଳ ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇପାରେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/07/Rain-10.jpg)