ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୬ ତାରିଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଂଜାମ, ନୟାଗଡ଼, ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।
/sambad/media/post_attachments/wp-content/uploads/2022/04/Thunder1-3-1024x724.jpg)
ସେହିପରି ଜାରି ସତର୍କ ସୂଚନା ଅନୁଯାୟୀ ଦକ୍ଷିଣ ଉପକୂଳ ଓଡ଼ିଶା, ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଂଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି।
/sambad/media/post_attachments/wp-content/uploads/2022/04/Thunder2-3-1024x724.jpg)
ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ଆକାଶ ମେଘୁଆ ରହିବା ସହ ଅପରାହ୍ନ/ ସନ୍ଧ୍ୟା ଆଡ଼କୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତର ସମ୍ଭାବନା ସହିତ ଆକାଶ ଆଂଶିକ ମେଘୁଆ ରହିବ। ସର୍ବାଧିକ ଏବଂ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ପ୍ରାୟ ୩୯ ଡିଗ୍ରି ଏବଂ ୨୫ ଡିଗ୍ରି ସେଲସିୟସ ରହିବାର ସମ୍ଭାବନା ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/04/Thunder-3.jpg)