୧୦ରୁ ଊର୍ଧ୍ବ ଜିଲ୍ଲାକୁ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ବ ଜିଲ୍ଲାକୁ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ଢ଼େଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ରହିଛି। କାଳବୈଶାଖୀ ଓ ବଜ୍ରପାତ ପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଉପକୂଳ ଓଡିଶା ଏବଂ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏତଦବ୍ୟତୀତ ବଲାଙ୍ଗୀର, କନ୍ଧମାଳ ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ଜାନୁଆରି ୧୩ରୁ ୧୪ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୁଳ, ଢ଼େଙ୍କାନାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ନୟାଗଡ଼, କଟକ ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।
ଏଥିସହିତ ଆସନ୍ତା ଜାନୁଆରି ୧୩ରୁ ୧୪ ତାରିଖ ମଧ୍ୟରେ କନ୍ଧମାଳ, ବୌଦ୍ଧ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର