ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କୋରାପୁଟ, ନବରଙ୍ଗପୁର, ଗଜପତି, ‌କନ୍ଧମାଳ ଓ ରାୟଗଡ଼ା ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବହିବାର ବି ସମ୍ଭାବନା ରହିଛି।

Advertisment

ସେହିପରି ୨୯ରୁ ୩୦ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହିତ ବିଜୁଳି ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

An Expert Meteorologist Answers Your Thunderstorm & Lightning Questions - StormGeo

ଏଥିସହିତ ୩୦ରୁ ମଇ ୧ ତାରିଖ ମଧ୍ୟରେ ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, କଟକ, କେନ୍ଦ୍ରାପଡ଼ା, ଖୋର୍ଧା, ଗଜପତି, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବି କାଳବୈଶାଖୀ ସମ୍ଭାବନା ରହିଛି। କେବଳ ଏତିକି ନୁହେଁ ମଇ ୧ରୁ ୩ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ।