ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଗତ ସପ୍ତାହେ ହେବ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସନ୍ଧ୍ୟା ହେବାମାତ୍ରେ କାଳବୈଶାଖୀ ମାଡ଼ି ଆସୁଛି। ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ ଗୋଟିଏ ଓ ଦୁଇଟି ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ଥିବା ନେଇ ଜିଲ୍ଲାଗୁଡ଼ିକ ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ,ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ବର ଆଦି ରହିଛି।

ସମ୍ବନ୍ଧିତ ଖବର