ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲା‌ରେ ବର୍ଷା ସମ୍ଭାବନା ରହିଛି। ଏଥିସହିତ ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ବି ରହିଛି।

ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

ସେହିପରି କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ବର, ଭଦ୍ରକ, ଯାଜପୁର, ଦେବଗଡ଼, କଳାହାଣ୍ଡି ଓ କନ୍ଧମାଳ ରହିଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବହିବାର ବି ସମ୍ଭାବନା ରହିଛି।

ଆସନ୍ତା ୨୧ରୁ ୨୨ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ,କନ୍ଧମାଳ,ବୌଦ୍ଧ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା‌, ନୟାଗଡ଼, ଗଞ୍ଜାମ, ଗଜପତି,କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର