ଭୁବନେଶ୍ବର: କିଛିଦିନ ହେବ ରାଜ୍ୟର ଅନେକ ଜିଲ୍ଲାରେ ସନ୍ଧ୍ୟା ହେବା ମାତ୍ରେ କାଳବୈଶାଖୀ ମାଡ଼ି ଆସୁଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ରହିଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ହେବାର ବି ସମ୍ଭାବନା ରହିଛି।
ଏଥିସହିତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂ୍ଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪ଦିନ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ଆସିପାରେ। କେତେକ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏଯାବତ ବୌଦ୍ଧରେ ସର୍ବାଧିକ ୩୯.୮ଡିଗ୍ରି ସେଲସିୟସ ତାପମାତ୍ରା ଥିବାବେଳେ ଫୁଲବାଣୀରେ ୧୯.୫ଡିଗ୍ରି ତାପମାତ୍ରା ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/05/A1-3.jpg)