ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟରେ ୪୦ରୁ ୫୦କିମି ବେଗରେ ପବନ ବି ହୋଇପାରେ। ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
/sambad/media/post_attachments/9cf1717c70899600cf9dac79da762af6c271f62f99f01528cb97291558033c5a.jpg)
ଏଥିସହିତ ୨୪ ଘଣ୍ଟା ମଧ୍ୟରେ ଗଜପତି, ମୟୁରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ତେବେ ରାଜ୍ୟରେ ଆସନ୍ତା ୯ ତାରିଖ ଯାଏଁ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଆସନ୍ତା ୫ରୁ ୬ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଦେବଗଡ଼, କୋରାପୁଟ, ରାୟଗଡ଼ା, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି। ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିପାରେ। ତେଣୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଉପରୋକ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/05/Rain-Storm_Weather_Thumbnail.jpg)