ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ ଘଡ଼ଘଡ଼ି ସହିତ ବଜ୍ରପାତ ହେବାର ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବି ହୋଇପାରେ।
ତେବେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼,ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ସମେତ କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି ଓ ନୟାଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଜରୁରୀ ନଥିଲେ ଘରୁ ନବାହାରିବାକୁ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ପରାମର୍ଶ ଦିଆଯାଇଛି। ଯଦି କି କେହି ବାହାରକୁ ଯାଇଛନ୍ତି ତେବେ କାଳବୈଶାଖୀ ସମୟରେ ଗଛ ତଳେ ଆଶ୍ରୟ ନିଅନ୍ତୁ ନାହିଁ। ଏହା ଆପଣଙ୍କ ପାଇଁ ବିପଦ ହୋଇପାରେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/05/generic-lightning.jpg)