ଭୁବନେଶ୍ୱର: ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୨୪ ଘଣ୍ଟା ପାଇଁ ଏହି ସବୁ ଅଞ୍ଚଳରେ ଝଡବର୍ଷା ସହ କୁଆପଥର ମାଡ଼ ହେବା ନେଇ ସୂଚନା ଦିଆଯାଇଛି | ପାଣିପାଗ ବିଭାଗର ସୂଚନା ମୁତାବକ ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ଝଡବର୍ଷା ସହ ବଜ୍ରପାତ ହୋଇପାରେ | ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିପାରେ | ସେହିପରି ନବରଙ୍ଗପୁର, କୋରାପୁଟ, ମାଲକାନଗିରିର କିଛି ଅଞ୍ଚଳରେ ଝଡବର୍ଷା ସହ କୁଆପଥର ମାଡ଼ ମଧ୍ୟ ହୋଇପାରେ |
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ରାଜ୍ୟରେ ଏବେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ତାପମାତ୍ରା ଖସିବାରେ ଲାଗିଛି। ହେଲେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି ରହିଛି। ଏବେ ରାଜ୍ୟରେ ଲଗାତାର ୪ଦିନ ଧରି କାଳବୈଶାଖୀ ବର୍ଷା ଜାରି ରହିବ। ଫଳରେ ଧୀରେଧୀରେ ସାରା ରାଜ୍ୟରୁ ତାତି ଖସିବ।
ବଙ୍ଗୋପସାଗରୀୟ ପବନ ସାରା ରାଜ୍ୟକୁ ବହିବା ଆରମ୍ଭ ହେବ। ବିଭିନ୍ନ ସ୍ଥାନରେ ତାପମାତ୍ରା ୩ରୁ ୪ଡିଗ୍ରି କମିବ। ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ଡିଗ୍ରି ତଳକୁ ଖସିବ। ୪ରୁ ୮ତାରିଖ ଭିତରେ ପାଗ ମେଘୁ୍ଆ ବା ଆଂଶିକ ମେଘୁଆ ରହିବ। ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ଥାନେସ୍ଥାନେ ବର୍ଷା ହେବ। ଉପକୂଳ ଓଡ଼ିଶାରେ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି ଏବଂ ଏଠି ଅପେକ୍ଷାକୃତ ଅଧିକ ବର୍ଷା ହୋଇପାରେ। ୬ ଓ ୭ତାରିଖରେ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/05/Hailstorm-Rain-May-Occure-in-These-Areas_Thumbnail.jpg)