ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଆଶଙ୍କା; ୨୦ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଜି (ମଙ୍ଗଳବାର) ଅପରାହ୍ଣରେ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ। ଏଥିସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ରାଜ୍ୟର ୨୦ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପ୍ରବଳ ବର୍ଷା ସମ୍ଭାବନା ରହିଥିବା ରାଜ୍ୟର ଯେଉଁ ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି, ସେ ଜିଲ୍ଲାଗୁଡ଼ିକ ହେଲା; ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ବାଲେଶ୍ୱର, ଢ଼େଙ୍କାନାଳ, ଅନୁଗୁଳ, ଭଦ୍ରକ, କଟକ, ନୟାଗଡ଼, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କୋରାପୁଟ, କନ୍ଧମାଳ ଓ କଳାହାଣ୍ଡି।

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ମେଙ୍କାନାଳ, ଗଜପତି, ଗଞ୍ଜାମ, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ମଧ୍ୟ ଆଶଙ୍କା ରହିଥିବା କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସମ୍ବନ୍ଧିତ ଖବର