ଆଗାମୀ ୩ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା

Advertisment
ଆଗାମୀ ୩ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା

New Scientist

ଭୁବନେଶ୍ବର: ଆଗାମୀ ୩ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ କାଳବୈଶାଖୀ ପାଇଁ ୟେଲୋ ୱା୍ର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

୧୬ରୁ ୧୭ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଖୋର୍ଧା, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

୧୭ରୁ ୧୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଖୋର୍ଧା, ମୟୁରଭଞ୍ଜ, କଟକ, ନୟାଗଡ଼, ଖୋର୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାର  ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଯାବତ ରାଜ୍ୟର ସମ୍ବଲପୁରରେ ୩୪.୫ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୮.୦ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe