କାଳବୈଶାଖୀ ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା‌ ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା‌, କୋରାପୁଟ, ମାଳକାନଗିରି, ପୁରୀ, ଖୋର୍ଧା, ନୟାଗଡ଼, କଟକ ଓ ସୁନ୍ଦରଗଡ଼ ଆଦି ରହିଛି।

ସେହିପରି ସେପ୍ଟେମ୍ବର ୨୫ରୁ ୨୬ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା‌, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ରହିଛି। ସେହିପରି  ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଯାବତ ସମ୍ବଲପୁରରେ ସର୍ବାଧିକ ୩୪.୫ ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ  ଫୁଲବାଣୀରେ ୨୨.୦ ଡିଗ୍ରି ସର୍ବନିମ୍ନ ତାପମାତ୍ରା ରହିଛି।

ତେବେ ସେପ୍ଟେମ୍ବର ୨୬ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର