ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏଥିସହିତ କିଛି ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ବି ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।
ତେବେ ରାଜ୍ୟର ଉପକୂଳ ଓଡ଼ିଶା ସମେତ କୋରାପୁଟ, ମାଲକାନଗିରି, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

ସେହିପରି କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର. ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ମୟୁରଭଞ୍ଜ, କେନ୍ଦୁଝର,ଢ଼େଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ଆଦି ରହିଛି।

ଏଥିସହିତ ୨୩ରୁ ୨୪ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ବେଳେ ବାକି ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ମାର୍ଚ୍ଚ ୨୭ ତାରିଖ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ସହିତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଅନେକ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ସମ୍ବନ୍ଧିତ ଖବର