ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଧା ଓ ମୟୁରଭଞ୍ଜ ରହିଛି। ସେହିପରି ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା,କନ୍ଧମାଳ,ବୌଦ୍ଧ,କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
Kent Porter/The Press Democrat via APଏଥିସହିତ ରାଜ୍ୟର କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ମାଲକାନଗିରି, କରୋପୁଟ, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାରେ ୩୦ରୁ ୩୧ ତାରିଖ ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।
ସେହିପରି ୧ରୁ ୨ ତାରିଖ ମଧ୍ୟରେ ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,ରାୟାଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼,ସମ୍ବଲପୁର, ଅନୁଗୁଳ ଓ ଝାରସୁଗୁଡ଼ା ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିସହିତ ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଅଛି। ସେଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/05/Rain-Thunderstorm-in-Next-5-Days_Weather_Thumbnail.jpg)