ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।
ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ପାଣିପାଗ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱା।ର୍ଣ୍ଣିଂ ଜାରି କରାଯାଇଛି।
ଏତଦ ବ୍ୟତୀତ ଜୁନ ୪ରୁ ୫ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା,ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ ଓ ମାଲକାନଗିରି ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାପରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୩୯.୦ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ଡିଗ୍ରି ତାପମାତ୍ରା ରହିଛି।
Follow Us