ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ଓ ବଜ୍ରପାତ ଆଶଙ୍କା

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି।

ତେବେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ରାୟଗଡ଼ା ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଜୁନ ୨୨ରୁ ୨୩ ତାରିଖ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୁବର୍ଣ୍ଣପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବଜ୍ରପାତ ସମ୍ଭାବନା ଥିବା ବେଳେ ନୂଆପଡ଼ା ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏବେ ସୁଦ୍ଧା ଭବାନିପାଟଣାରେ ସର୍ବାଧିକ ତାପମାତ୍ରା ୩୬.୫ଡିଗ୍ରି ସେଲସିୟସ ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୮.୦ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

 

ସମ୍ବନ୍ଧିତ ଖବର