ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ ଓ କନ୍ଧମାଳ ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲା‌ର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସେହିପରି ୨୯ରୁ ୩୦ ତାରିଖ ମଧ୍ୟର ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଛି।

ଏତଦ ବ୍ୟତୀତ ୩୦ରୁ ଜୁଲାଇ ୩ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାର କାଳବୈଶାଖୀ ସହିତ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏଯାବତ ସୁବର୍ଣ୍ଣପୁରରେ ୩୬.୨ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୮.୫ଡିଗ୍ରି ସେଲସିୟସ  ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର