ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଓ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ପ୍ରକାଶ। କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ରାୟଗଡ଼ା ଆଦି ରହିଛି। ଏହିସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଧା, କଟକ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

ସେହିପରି ଜୁଲାଇ ୧ରୁ ୨ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ଢ଼େଙ୍କାନାଳ, ଅନୁଗୁଳ ଓ କଟକ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ କାଳବୈଶା୍ଖୀ ସମ୍ଭାବନା ରହିଛି।

 

ସମ୍ବନ୍ଧିତ ଖବର