ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୭ରୁ ଊର୍ଧ୍ୱ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ଆଶଙ୍କା: ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ଆଶଙ୍କା ଥିବା ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ୧୪ଟି ଜିଲ୍ଲାକୁ ଓ ପ୍ରବଳ ବର୍ଷା ପାଇଁ ୩ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତ ଆଶଙ୍କା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡି ଆଦି ରହିଛି। ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଆଦି ରହିଛି।

୧୮ରୁ ୧୯ ତାରିଖ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ବଜ୍ରପାତ ଆଶଙ୍କା ରହିଛି। ବଜ୍ରପାତ ଆଶଙ୍କା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ବୌଦ୍ଧ ଆଦି ରହିଛି। ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହିତ ଉକ୍ତ ଜିଲ୍ଲାର ବାସିନ୍ଦାକୁ ଏସମୟରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧିତ ଖବର