ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ୟେଲୋ ୱାର୍ଣ୍ଣିଂ ଜାରି

Advertisment
୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଧା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଆଦି ରହିଛି। ଉକ୍ତ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ୬ରୁ ୭ ତାରିଖ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ବି କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ରୁ ୧୦ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।

ଏଯାବତ ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା ୩୫.୯ଡିଗ୍ରି ସେଲସିୟସ ଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୮.୦ଡିଗ୍ରି ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe